ମୋହନ ସରକାରଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ : କାହାକୁ ମିଳିଲା କେଉଁ ଦାୟିତ୍ୱ

0
71

ଭୁବନେଶ୍ୱର ୧୫/୬(ଜେଏନ୍ଏସ୍) : ବିଜେପି ଗତ ୧୨ ତାରିଖ ଦିନ ରାଜ୍ୟରେ ସରକାର ଗଢ଼ିଲା ପରେ ଆଜି  ନିର୍ବାଚିତ ପ୍ରତିନିଧିମାନଙ୍କୁ ବିଭାଗ ବଣ୍ଟନ କରିଛି । ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀଙ୍କ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ଅର୍ଥ, ସୂଚନା ଓ ପ୍ରସାରଣ ବିଭାଗ, ଜଳ ସମ୍ପଦ ବିଭାଗ, ଯୋଜନା ଓ ସଂଯୋଜନ ବିଭାଗ ନିଜ ପାଖରେ ରଖିଛନ୍ତି ।ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବିଭାଗ ମିଳିଥିବା ବ‌େଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିସନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମିଳିଛି ।

ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ନେଇଥିବା ୫ ଜଣଙ୍କୁ ମଧ୍ୟ ଆଜି ବିଭିନ୍ନ ବିଭାଗ ମିଳିଛି । ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ବିଭାଗ, ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ପ୍ରଦୀପ ବଳସମାନ୍ତଙ୍କୁ ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ, ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ୟୋଗ ବିଭାଗ ଏବଂ ସମ୍ପଦ କୁମାର ସ୍ୱାଇଁଙ୍କୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମିଳିଛି।

 

 

LEAVE A REPLY

Please enter your comment!
Please enter your name here