ସରକାରୀ ମହିଳା ସ୍ନାତକ ମହାବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ

0
54

ଟିଟିଲାଗଡ଼,୨୧/୦୨/୨୦୨୫,(ଜେଏନ୍ଏସ୍),ଟିଟିଲାଗଡ଼ ସରକାରୀ ସ୍ନାତକ ମହାବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ “ଅରୁଣିମା”  ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାମିନୀଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପୌରଅଧ୍ୟକ୍ଷା ମମତା ଦେବୀ ଜୈନ ମୁଖ୍ୟଅତିଥି, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଗୁରୂବାରୁ ସେନ୍ଦୂରିଆ ମୁଖ୍ୟବକ୍ତା, ଅନୁଷ୍ଠାନର ସାଂସ୍କୃତିକ ସମ୍ପାଦକ ତାପସ କୁମାର ନାୟକ ଓ ଅର୍ଥନୀତି ଅଧ୍ୟାପକ ବଳବନ୍ତ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ  ଯୋଗଦେଇ ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ମୁଖ୍ୟଅତିଥି ଶ୍ରୀମତୀ ଜୈନ ମହାବିଦ୍ୟାଳୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ବିଧାୟକ ନବୀନ ଜୈନ ୩୨ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ପ୍ରକାଶ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଙ୍କୁ ଅତିଥିଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ସାମ୍ବାଦିକ ମନୋଜ ଶତପଥୀଙ୍କ ସହ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରୀମାନେ ଯୋଗଦେଇଥିଲେ । 

LEAVE A REPLY

Please enter your comment!
Please enter your name here