ଟିଟିଲାଗଡ଼,୦୪/୦୩/୨୦୨୫,(ଜେଏନ୍ଏସ୍) : ଟିଟିଲାଗଡ଼ ସରକାରୀ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ସୋମବାର ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ସପ୍ତାହ ବ୍ୟାପି ଆୟୋଜିତ ହେବାକୁ ଥିବା ଏହି ଶିବିରର ଉଦଘାଟନୀ ଉତ୍ସବରେ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାମୀନି ମୁଖ୍ୟଅତିଥି ଭାବରେ ଯୋଗଦେଇ ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।





