ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ପାଳିତ

0
25

ଟିଟିଲାଗଡ଼,୦୨.୦୪.୨୦୨୫(ଜେ.ଏନ୍.ଏସ୍.), ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ପୌରପରିଷଦ କଲ୍ୟାଣ ମଣ୍ଡପ ପରିସରରେ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ପାଳିତ ହୋଇଯାଇଛି । ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖତ୍ରିଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି, ପୌର ଅଧ୍ୟକ୍ଷା ମମତାଦେବୀ ଜୈନ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଯଶବନ୍ତ ନାରାୟଣ ପ୍ରଧାନୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦ୍ରମଣି ନାଗ, ପୌରନିର୍ବାହୀ ଅଧିକାରୀ ଚନ୍ଦନ କୁମାର ଶତପଥି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ଓଡିଶାପ୍ରଦେଶ ଗଠନରେ ବରପୁତ୍ରମାନଙ୍କ ଅବଦାନ ସମ୍ଵନ୍ଧରେ ଅତିଥିବୃନ୍ଦ ସ୍ମୃତି ଚାରଣ କରିଥିଲେ। ଏହି ଅବସରରେ ବିଭିନ୍ନ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ ସମ୍ବର୍ଦ୍ଧିତ କରିଥିଲେ । କବି ଭିକାରିଚରଣ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବିଡ଼ିଓ ଶ୍ରୀ ନାଗ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଇଶ୍ଵର ଚାନ୍ଦ ଜୈନ, ଦୀପକ ସମାଦାର, ଦିଲ୍ଲୀପ ନାୟକ, କଲ୍ୟାଣୀ ସାହୁ, ଜୟନ୍ତୀ ଜାଲ, କମଳାକାନ୍ତ ସାହୁ, ଯୁଧିଷ୍ଠିର ପ୍ରଧାନୀ ପ୍ରମୁଖଙ୍କ ସହ ସମସ୍ତ କାଉନସିଲର, ବୁଦ୍ଧିଜୀବୀ ଓ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ । 

LEAVE A REPLY

Please enter your comment!
Please enter your name here