ଟିଟିଲାଗଡ଼,୧୫/୮(ଜେଏନଏସ),ସ୍ଥାନୀୟ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ୭୯ ତମ ଉପଖଣ୍ଡ ସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଆୟୋଜିତ ଉତ୍ସବରେ ଟିଟିଲାଗଡ଼ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ ମୁଖ୍ୟଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ । ସମ୍ମାନିତ ଅତିଥି ଭାବରେ ପୌର ଅଧ୍ୟକ୍ଷା ମମତାଦେବୀ ଜୈନ, ପୌର ନିର୍ବାହୀ ଅଧିକାରୀ ଚନ୍ଦନ ଶତପଥୀ, ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ଦୀପ ଚାନ୍ଦ୍ରକାର ପ୍ରମୁଖ ଯୋଗଦେଇଥିଲେ ।ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସହରର ପ୍ରମୁଖ ସ୍ଥାନମାନଙ୍କରେ ଆକର୍ଷଣୀୟ ସାଜସଜ୍ଜା କରାଯିବା ସହ ପ୍ରାତଃ ୪.୩୦ରେ ରାମଧୁନ ଏବଂ ଦିନ ତମାମ ଦେଶଭକ୍ତି ସଙ୍ଗୀତ ପରିବେଷଣ କରାଯାଇଥିଲା ।




