ଟିଟିଲାଗଡ ରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ

ଟିଟିଲାଗଡ,୨୦/୧(ଜେଏନଏସ),ରାଷ୍ଟ୍ର ଗୀତ ବନ୍ଦେ ମାତରମ୍ ର ୧୫୦ ତମ ବାର୍ଷିକୀ ଅବସରରେ ଟିଟିଲାଗଡ ବ୍ଲକ ସ୍ତରୀୟ ପ୍ରଶିକ୍ଷଣ ଏବଂ ସାମୁହିକ ଗାନ କାର୍ଯ୍ୟକ୍ରମ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦ୍ରମଣି ନାଗ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମରେ ଟିଟିଲାଗଡ ବିଧାୟକ ନବୀନ ଜୈନ ମୁଖ୍ୟଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ।ଦେଶ ର ଏକତା,ସମ୍ମାନ ଓ ସଂସ୍କୃତି କୁ ରକ୍ଷା କରିବା ପାଇଁ ଏଭଳି କାର୍ଯ୍ୟକ୍ରମ ର ଆବଶ୍ୟକତା ରହିଥିବା ମୁଖ୍ୟ ଅତିଥି ଶ୍ରୀ ଜୈନ ଉଲ୍ଲେଖ କରିଥିଲେ।ଏହି ଅବସରରେ ବନ୍ଦେ ମାତରମ ସମୂହଗାନ ସହ ବିଭିନ୍ନ କୃତ୍ତି ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକେ ଉପସ୍ଥିତ ଥିଲେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe
- Advertisement -spot_img

Latest Articles