ଟିଟିଲାଗଡ,୧୪/୩(ଜେଏନ୍ଏସ),ଟିଟିଲାଗଡ ବ୍ଲକ ଅନ୍ତର୍ଗତ ବିଜେପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସନ୍ତୋଷ ମେହେର ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ବିଶି ରଣା ମୁଖ୍ୟ ଅତିଥି,ସାମାଜିକ କର୍ମୀ ଶରତ ବଗର୍ତ୍ତି,ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ନୀଳକଣ୍ଠ ବଗର୍ତ୍ତି,ସଭ୍ୟ ବ୍ରହ୍ମାନନ୍ଦ ବାଗ ୟାଦବ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ।ଏହି ଅବସରରେ ବିଦ୍ୟାଳୟ ର କୃତ୍ତି ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା।କାର୍ଯ୍ୟକ୍ରମ ର ଦ୍ଵିତୀୟ ପର୍ଯ୍ୟାୟରେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଓ ଅଭିଭାବକ ଉପସ୍ଥିତ ଥିଲେ।


