ଘଣ୍ଟବାହାଲି ଗ୍ରାମରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳନ

0
6
ଟିଟିଲାଗଡ,୨୦/୩(ଜେଏନଏସ),ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ମହା ସମାରୋହରେ ପାଳିତ ହୋଇଯାଇଛି। ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଦାଶରଥି ଘିଭେଲାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପରମାନନ୍ଦ ଛତର ମୁଖ୍ୟଅତିଥି, ବିଦ୍ୟାଳୟ ସଭାପତି ଜ୍ୟୋତିପ୍ରକାଶ ଗଡତ୍ୟା, ସମ୍ପାଦକ ଡମ୍ବରୁଧର କର୍ମୀ, ବେଲପଦର ଇଓ ଗଙ୍ଗାଧର ଛତର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିଥିବା ଏହି ଦିବସ ପାଳନର ମହତ୍ତ୍ୱ ସମ୍ଵନ୍ଧରେ ଆଲୋକପାତ କରିଥିଲେ। ଏହି ଅବସରରେ ଏକ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରି ଜନ ଜାଗରଣ ସୃଷ୍ଟି କରିଥିଲା। ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ଵାରା ଦେଶାତ୍ମବୋଧକ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରତାପ ଛତର, ଝସକେତନ ଛତର, ଶ୍ରୀକାନ୍ତ ରଥ, ବିବେକାନନ୍ଦ ହାତୀ, ହେମରାଜ ଛତର ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ମଦନ ମୋହନ ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here