ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ଟିଟିଲାଗଡ,୮/୫(ଜେଏନଏସ),ଟିଟିଲାଗଡ ପୌର ପରିଷଦ ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ପରିସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ଓ ମଧୁବାବୁ ଭତ୍ତା ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି,ପୌର ଅଧ୍ୟକ୍ଷା ମମତା ଦେବୀ ଜୈନ,ସହାୟକ ଜିଲ୍ଲାପାଳ ତୁଷାରକାନ୍ତ ମହଲା,ପୌର ନିର୍ବାହୀ ଅଧିକାରୀ ଚନ୍ଦନ ଶତପଥୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ହିତାଧିକାରୀ ଙ୍କୁ ଭତ୍ତା ଓ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରୀ)୨.୦ ଅନ୍ତର୍ଗତ ୩୨ ଜଣ ନୂତନ ହିତାଧିକାରୀ ଙ୍କୁ ଆବାସ କାର୍ଯ୍ୟାଦେଶ ଓ ୫୪ ଜଣ ଙ୍କୁ ମଧୁବାବୁ ଭତ୍ତା ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀ ଙ୍କ ସହ କାଉନସିଲର ମାନେ ଉପସ୍ଥିତ ଥିଲେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe
- Advertisement -spot_img

Latest Articles