ଟିଟିଲାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ମିଳିଲା ମଞ୍ଜୁରୀ ; ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ ।

0
56

ଟିଟିଲାଗଡ଼,୦୯/୧୨,(ଜେଏନ୍ଏସ୍),ଟିଟିଲାଗଡ଼ ସହରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିବା ପରେ ସ୍ଥାନୀୟ ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି ।ଏହି ପରିପ୍ରେକ୍ଷୀରେ ନଗର ସଭାପତି ତଥା ସାଂସଦଙ୍କ ପ୍ରତିନିଧି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଟିଟିଲାଗଡ଼ବାସୀଙ୍କ ଦୀର୍ଘ ଦିନର ଦାବୀ ପୁରଣ ହୋଇଥିବାରୁ ସମସ୍ତ ସହରବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସାଂସଦ ସଂଗୀତା ସିଂଦେଓ ଓ ସ୍ଥାନୀୟ ବିଧାୟକ ନବୀନ ଜୈନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।ସ୍ଥାନୀୟ ଅଞ୍ଚଳରେ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଏହା ଉଲ୍ଲେଖନୀୟ ଭୂମିକା ତୁଲାଇବ ବୋଲି ଶ୍ରୀ ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି । 

LEAVE A REPLY

Please enter your comment!
Please enter your name here