ବ୍ଲକସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

0
53

ଟିଟିଲାଗଡ଼,୦୯/୧୧,(ଜେଏନ୍ଏସ୍) ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଗୁଲୁମି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବିଜ୍ଞାନ ଓ ବ୍ଲକ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥଙ୍କ ସଭାପତିତ୍ୱରେ  ଆୟୋଜିତ ସଭାରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଅଭିରାମ ମାଝୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡ ଭୋଇ, ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । କମିଟି ଆବାହକ ପ୍ରବୀର କୁମାର ପଣ୍ଡା ଓ ସଂଯୋଜକ ପାର୍ଥ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆୟୋଜିତ ପ୍ରଦର୍ଶନୀ ରେ ମୋଟ୍ ୧୬୫ ରୁ ଉର୍ଦ୍ଧ ବିଜ୍ଞାନ ପ୍ରକଳ୍ପ ନମୁନା ପ୍ରଦର୍ଶିତ ହୋଇଥିଲା।ଏହି ଅବସରରେ କୃତ୍ତି ଛାତ୍ର ଛାତ୍ରୀ ଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସଂଯୋଯିକା ଗୌରୀ ମୁଣ୍ଡା, ତ୍ରିଲୋଚନ ମାଝୀ ପ୍ରମୁଖଙ୍କ ସହ ବିଭାଗୀୟ ଅଧିକାରୀ, ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । 

LEAVE A REPLY

Please enter your comment!
Please enter your name here