ବ୍ଲକସ୍ତରୀୟ ଶିଶୁମହୋତ୍ସବ “ସୁରଭି” ଅନୁଷ୍ଠିତ

0
58

ଟିଟିଲାଗଡ଼,୨୧/୧୦,(ଜେଏନ୍ଏସ୍) ଟିଟିଲାଗଡ଼ ବ୍ଲକ୍ ଅନ୍ତର୍ଗତ ବିନେକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ୍ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥ ମୁଖ୍ୟଅତିଥି, ସହାୟକ ଜିଲ୍ଲାପାଳ ସନ୍ଦୀପ ଚନ୍ଦ୍ରାକର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିରାମ ମାଝୀ, କୋଦଣ୍ଡ ଧର ଭୋଇ, ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ଦାସ, ପ୍ରବୀର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ଏବଂ ବିନେକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ବ୍ଲକ ଅନ୍ତର୍ଗତ ୧୪ ଜଣ ସଂଯୋଜକଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ । 

LEAVE A REPLY

Please enter your comment!
Please enter your name here