ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବ୍ଲକ ସ୍ତରୀୟ ପ୍ରଶ୍ନ ପ୍ରତିଯୋଗିତା

0
116

ଟିଟିଲାଗଡ଼,୦୭/୦୮ (ଜେଏନ୍ଏସ୍) : ସ୍ଥାନୀୟ ଘଣ୍ଟାଶୁଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୋଷ୍ଠୀ ସ୍ତରୀୟ ପ୍ରଶ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥ ଓ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଅଭିରାମ ମାଝୀଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ ମୁଖ୍ୟ ଅତିଥି, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଗୀତା ମହାନ୍ତି ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୋପାଲ ସିଂ ସୁନା ମଞ୍ଚ ପରିଚାଳନା କରିଥିଲେ । ଆୟୋଜିତ ପ୍ରତିଯୋଗିତାରେ କୃତ୍ତି ପ୍ରତିଯୋଗୀଙ୍କୁ ଆର୍ଥିକ ପୁରସ୍କାର ସହ ରଚନା ବହି, ଖାତା ଓ ପ୍ରମାଣ ପତ୍ର ଅତିଥିଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା । ୧୪ ଜଣ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ଶାଲିନୀ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । 

LEAVE A REPLY

Please enter your comment!
Please enter your name here