କ୍ଳଷ୍ଟର ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା

0
32

ଟିଟିଲାଗଡ଼,୦୫/୦୩/୨୦୨୫,(ଜେଏନ୍ଏସ୍) :ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସଂଯୋଜକ ଗୋପାଳ ସିଂ ସୁନାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଟିଟିଲାଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥ ମୁଖ୍ୟଅତିଥି ,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିରାମ ମାଝୀ ଓ କୋଦଣ୍ତଧର ଭୋଇ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ । ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣଙ୍କ ଆଦେଶ ଅନୁଯାୟୀ ଏହି ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳାର ବିଭିନ୍ନ ବିଷୟ ବସ୍ତୁ ଉପରେ ଅତିଥିବୃନ୍ଦ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ହାସଲ କରିବା ପାଇଁ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିବା ଅତିଥିବୃନ୍ଦ ଉଲ୍ଲେଖ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନୋଲା ହୋରୋଙ୍କ ସହ କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ l

LEAVE A REPLY

Please enter your comment!
Please enter your name here