କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

0
38

ଟିଟିଲାଗଡ଼,୧୭/୦୨/୨୦୨୫,(ଜେଏନ୍ଏସ୍),ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଶଗଡ଼ଘାଟ ଆଞ୍ଚଳିକ ସାଧନ କେନ୍ଦ୍ର ଠାରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଯୋଜକ ସୁଶାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିରାମ ମାଝୀ ମୁଖ୍ୟଅତିଥି, ପ୍ରଧାନ ଶିକ୍ଷକ ନରେନ୍ଦ୍ର ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । କାର୍ଯ୍ୟକ୍ରମରେ କ୍ଲଷ୍ଟର ଅଧିନସ୍ଥ ୧୩ଟି ବିଦ୍ୟାଳୟର ପ୍ରଥମ ରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ଯୋଗଦେଇଥିଲେ ।ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ମୂଳକ ଖାତା ଓ ପେନସିଲ ପ୍ରଦାନ କରାଯାଇଥିଲା । 

LEAVE A REPLY

Please enter your comment!
Please enter your name here