ଡି.ଏ.ଭି. କଲେଜ ପୁରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ ।

0
42

ଟିଟିଲାଗଡ଼,୦୬/୦୧/୨୦୨୫,(ଜେଏନ୍ଏସ୍), ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟର ଶିକ୍ଷା ବିଭାଗ ପକ୍ଷରୁ କଲେଜ ପରିସରରେ ପୁରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ବିଭାଗ ମୁଖ୍ୟ ବିପିନ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀ ବିଗତ ୯ ବର୍ଷର ପୁରାତନ ଛାତ୍ରଛାତ୍ରୀ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ଯୁକ୍ତ ଦୁଇ ବିଭାଗର ଅଧ୍ୟକ୍ଷ ବିଧାନ ଚନ୍ଦ୍ର ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।ବିଭାଗୀୟ ମୁଖ୍ୟ ଶ୍ରୀ ରାଉତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଉଲ୍ଲେଖ କରିଥିବା ବେଳେ ଅଧ୍ୟାପିକା ଆଲୋକ ରଶ୍ମି ବେହେରା ଓ ଅଧ୍ୟାପକ ସଜ୍ଜନ କୁମାର ସାହୁ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ସଭାପତି ଭାବରେ ସଜ୍ଜନ କୁମାର ସାହୁ ଓ ସମ୍ପାଦକ ଭାବରେ ଆଶୁତୋଷ ସାହୁଙ୍କୁ ମନୋନୀତ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here