ସିଲୁଆଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ର ଭିତ୍ତିପ୍ରସ୍ତର ସ୍ଥାପନ

ଟିଟିଲାଗଡ,୭/୧(ଜେଏନଏସ),ଟିଟିଲାଗଡ ବ୍ଲକ ଅନ୍ତର୍ଗତ ସିଲୁଆଁ ପଞ୍ଚାୟତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବୁଧବାର ରାଜ୍ୟବ୍ୟାପୀ ସମୁଦାୟ ୧୧୮ ଗୋଟି ଏହି ବିଦ୍ୟାଳୟ ର ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସି ମାଧ୍ୟମରେ ଏହି ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି।ଏହି ପରିପ୍ରେକ୍ଷୀରେ ରେ ସିଲୁଆଁ ଠାରେ ଆୟୋଜିତ କାର୍ଯ୍ୟକ୍ରମ ରେ ସ୍ଥାନୀୟ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି,ବ୍ଲକ ଉପାଧ୍ୟକ୍ଷ ଜଗତରାମ ରଣା,ଜିଲ୍ଲା ପରିଷଦ ସଦସ୍ୟ ସଞ୍ଜୟ ବେହେରା,ଗୋଷ୍ଠୀ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ।ବିଧାୟକ ଶ୍ରୀ ଜୈନ ତାଙ୍କ ସରକାର ଶିକ୍ଷା କୁ ପ୍ରାଥମିକତା ଦେଇ ପ୍ରତ୍ୟେକ ପଞ୍ଚାୟତ ରେ ଏକ ଉଚ୍ଚ କୋଟୀର ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ପଦକ୍ଷେପ ନେଇଥିବା ଉଲ୍ଲେଖ କରିଥିଲେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe
- Advertisement -spot_img

Latest Articles