ସୂଚନାଯୋଗ୍ୟ, ରତନ ଟାଟା ୧୯୯୧ରେ ‘ଟାଟା ସନ୍ସ’ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ୨୦୧୨ରେ ତାଙ୍କ ଅବସର ପର୍ଯ୍ୟନ୍ତ ଏହି ଗ୍ରୁପର ନେତୃତ୍ୱ ନେଇଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୯୯୬ମସିହାରେ ଟାଟା ଟେଲିସର୍ଭିସେସ୍ ପ୍ରତିଷ୍ଠା କରିଥିଲେ, ଯାହା ଫଳରେ ଟେଲିକମ୍କ୍ଷେ ତ୍ରରେ ଏହି ଗ୍ରୁପ୍ର ସମ୍ପ୍ରସାରଣ ହୋଇଥିଲା । ‘ଟାଟା ସନ୍ସ’ରେ ତାଙ୍କର ନେତୃତ୍ୱ ସମୟରେ ସେ ଟେଟ୍ଲି, କୋରସ୍ ଏବଂ ଜାଗୁଆର ଲ୍ୟାଣ୍ଡରୋଭର ଭଳି କମ୍ପାନିକୁ ଅଧିଗ୍ରହଣ କରି ଟାଟା ଗ୍ରୁପକୁ ଏକ ଘରୋଇ କମ୍ପାନିରୁ ଏକ ବିଶ୍ୱସ୍ତରୀୟ ପାୱାରହାଉସରେ ପରିଣତ କରିଥିଲେ । ତାଙ୍କ ନେତୃତ୍ୱରେ ଟାଟା ପ୍ରକୃତରେ ୧୦୦ ବିଲିୟନ ଡଲାରରୁ ଅଧିକ ମୂଲ୍ୟର ଏକ ବିଶ୍ୱ ବ୍ୟାବସାୟିକ ସାମ୍ରାଜ୍ୟରେ ପରିଣତ ହୋଇଥିଲା । ଡିସେମ୍ବର ୨୦୧୨ରେ ଟାଟା ତାଙ୍କ ପଦରୁ ଅବସର ନେଇଥିଲେ ଏବଂ ତାଙ୍କ ସ୍ଥାନରେ ସାଇରସ ମିସ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା, ଯିଏ କି ୨୦୨୨ରେ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। Important: Unauthorized Copying Prohibited
This website and its content are protected by copyright law. Any unauthorized copying, reproduction, or distribution of the materials contained herein is strictly prohibited and may result in legal action.
For permissions or inquiries, please contact us directly.