ପୁରୀ ବଡ଼ଦାଣ୍ଡରେ ଟଳି ପଡିଲେ ଶ୍ରଦ୍ଧାଳୁ ଲଳିତ

0
67

ଟିଟିଲାଗଡ,୦୭/୦୭ (ଜେଏନ୍ଏସ୍),ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ଦେଖିବାକୁ ଯାଇ ବଡ଼ଦାଣ୍ଡରେ ଅଣନିଃଶ୍ୱାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଡେଙ୍ଗ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀ ଗ୍ରାମ ନିବାସୀ ଲଳିତ ବଗର୍ତ୍ତି (୫୫) ବଲାଙ୍ଗିର ଚିମିନିଭାଟି ନିବାସୀ ନିଜ ସମୁଦୀଙ୍କ ସହ ରଥଯାତ୍ରା ଦେଖିବାକୁ ପୁରୀ ଯାଇଥିଲେ । ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ପ୍ରବଳ ଜନ ସମୁଦ୍ର ମଧ୍ୟରେ ହଠାତ୍ ସେ ଅଣନିଃଶ୍ୱାସୀ ହୋଇ ଗୁରୁତର ହୋଇଯାଇଥଲେ । ସଙ୍ଗେ ସଙ୍ଗେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅଘଟଣର ସୂଚନା ପାଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଡାକ୍ତରଖାନା ପହଞ୍ଚି ମୃତକଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଥିଲେ । ସୂଚନା ଯୋଗ୍ୟ ଯେ, ମୃତ ଲଳିତଙ୍କ ୩ ପୁଅ ଓ ଗୋଟିଏ ଝିଅ ରହିଥିବା ବେଳେ ସେ ହୋଟେଲ କାରିଗର ଭାବରେ ଗୁଜୁରାଣ କରୁଥଲେ । ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । 

LEAVE A REPLY

Please enter your comment!
Please enter your name here