କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିରାମ ମାଝୀ ମୁଖ୍ୟଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ କୋଦଣ୍ଡଧର ଭୋଇ, ସିଆରସିସି ସୁଶାନ୍ତ ରଥ, ପରାସରା ପଞ୍ଚାୟତ ସମିତି ସଭ୍ୟ ତୁଳସୀ ବଚ୍ଛା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ନବାଗତ ଶିଶୁମାନଙ୍କୁ ଉତ୍ସାହିତ କରିଥିଲେ । ସିଆରସିସି ଲିଙ୍ଗରାଜ ନାଗ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ବନ୍ଦିତା ଖମାରୀ ଧନ୍ୟବାଦ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଅନ୍ତର୍ଗତ ଅତିଥିବୃନ୍ଦ ଶିଶୁମାନଙ୍କୁ ବାଲବାଟିକା କିଟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟତ୍ରୀ ଶୁଭ୍ରକେଶୀ ରଣା, ଶିକ୍ଷକ ତୁଳସିରାମ ବାଗ ପ୍ରମୁଖଙ୍କ ସହ ବହୁ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।
ସେହିପରି ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟରେ ଅନୁରୂପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜେପୁର ପ୍ରାଥମିକ ବିଦ୍ୟାଳୟରେ ସଂଯୋଜକ ଗୋପାଳ ସିଂ ସୁନାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏଥିସହ ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବାକୁ ଅଭିଭାବକମାନଙ୍କୁ ନିବେଦନ କରିଥିଲେ । Important: Unauthorized Copying Prohibited
This website and its content are protected by copyright law. Any unauthorized copying, reproduction, or distribution of the materials contained herein is strictly prohibited and may result in legal action.
For permissions or inquiries, please contact us directly.